ବିଜେଡି ସଭାପତି ତଥା ବିରୋଧୀ ଦଳ ନେତା ନବୀନ ପଟ୍ଟନାୟକଙ୍କ ଆଶୁ ଆରୋଗ୍ୟ କାମନା । ଡିହାଇଡ୍ରେସନ ଯୋଗୁଁ ଭୁବନେଶ୍ଵରର ଏକ ଘରୋଇ ହସ୍ପିଟାଲରେ ହୋଇଥିଲେ ଭର୍ତ୍ତି । ତାଙ୍କ ଅସୁସ୍ଥତା ଖବର ଶୁଣି ଚିନ୍ତାରେ ଥିବା ଓଡ଼ିଶାବାସୀଙ୍କୁ କହିଲେ ଆଇ ଆମ୍ ଫାଇନ… । ତାଙ୍କ ଅସୁସ୍ଥତା ଖବର ଶୁଣି ହସ୍ପିଟାଲ ଯାଇ ସ୍ଵାସ୍ଥ୍ୟାବସ୍ଥା ପଚାରି ବୁଝିଥିଲେ ସ୍ଵାସ୍ଥ୍ୟମନ୍ତ୍ରୀ ମୁକେଶ ମହାଲିଙ୍ଗ । ଓଡ଼ିଶାର ପ୍ରିୟ ନେତାଙ୍କ ଶୀଘ୍ର ସୁସ୍ଥତା ପାଇଁ ବିଭିନ୍ନ ମହଲରୁ ଆଶୁ ଆରୋଗ୍ୟ କାମନା କରାଯାଇଛି ।
ବିଜେଡି ସଭାପତି ତଥା ବିରୋଧୀ ଦଳ ନେତା ନବୀନ ପଟ୍ଟନାୟକ ଅସୁସ୍ଥ ଖବର ଆସିବା ପରେ ଏକ ବାର୍ତ୍ତାରେ ସେ ଭଲ ଥିବା କହିଛନ୍ତି । ସେ କହିଛନ୍ତି ‘ଆଇ ଆମ୍ ଫାଇନ୍ ’ । ଡିହାଇଡ୍ରେସନ ଯୋଗୁଁ ଅସୁସ୍ଥ ହୋଇ ଭୁବନେଶ୍ଵରର ଏକ ଘରୋଇ ହସ୍ପିଟାଲରେ ଭର୍ତ୍ତି ହୋଇଛନ୍ତି ନବୀନ। ସ୍ଵାସ୍ଥ୍ୟାବସ୍ଥା ସ୍ଥିର ଥିବା ହସ୍ପିଟାଲ ସୂତ୍ରରୁ ସୂଚନା ମିଳିଛି। ବିରୋଧୀ ଦଳ ନେତା ନବୀନ ପଟ୍ଟନାୟକଙ୍କ ଆଶୁ ଆରୋଗ୍ୟ କାମନା କରିଛନ୍ତି ମୁଖ୍ୟମନ୍ତ୍ରୀ ମୋହନ ମାଝୀ। ଏକ୍ସ ରେ ପୋଷ୍ଟ କରି ମୁଖ୍ୟମନ୍ତ୍ରୀ ନବୀନଙ୍କ ଆଶୁ ଆରୋଗ୍ୟ କାମନା କରିଛନ୍ତି।









