ବକ୍ରତୁଣ୍ଡଂ ମହାକାୟ
ସୂର୍ୟ କୋଟି ସମପ୍ରଭ।
ନିର୍ବିଘ୍ନମ୍ କୁରମେ ଦେବ
ସର୍ବ କାର୍ଯ୍ୟେଷୁ ସର୍ବଦା ।।
ଆଜି ପବିତ୍ର ଗଣେଶ ଚତୁର୍ଥୀ। ଭଗବାନ ଗଣେଶଙ୍କ ପୂଜାର୍ଚ୍ଚନା ପାଇଁ ଚାରିଆଡ଼େ ଉତ୍ସାହ ଦେଖାଯାଇଛି। ସ୍କୁଲ, କଲେଜ, କାର୍ଯ୍ୟାଳୟ, ବଜାରରେ ଗଣେଶ ପୂଜାର ଆୟୋଜନ ହେଉଛି। ଅନେକ ସ୍ଥାନରେ ଗଣେଶ ପୂଜାକୁ ‘ଗଣେଶତ୍ସୋବ’ ଭାବେ ପାଳନ କରାଯାଉଛି। ପୂଜାମଣ୍ଡପ ଗୁଡ଼ିକ ଆଲୋକମାଳାରେ ଝଲସୁଛି। ଦେବଗଡ଼, ତାଳଚେର ଓ ଜଟଣୀରେ ଗଣେଶ ପୂଜା ୧୦ ଦିନ ଯାଏ ଜାରି ରହିବ। ଏହି ସମୟରେ ବିଭିନ୍ନ ସାଂସ୍କୃତିକ କାର୍ଯ୍ୟକ୍ରମର ଆୟୋଜନ କରାଯିବ।
ହିନ୍ଦୁ ମାସ ଭାଦ୍ରପଦ ଶୁକ୍ଳପକ୍ଷର ବିନାୟକ ଚତୁର୍ଥୀ ତିଥିରୁ ଆରମ୍ଭ ହୋଇ ଅନନ୍ତ ଚତୁର୍ଦ୍ଦଶୀ ପର୍ଯ୍ୟନ୍ତ ଗଣେଶ ପୂଜା ଚାଲିବ। ଭଗବାନ ଗଣେଶଙ୍କ ପୂଜାର୍ଚ୍ଚନା ପାଇଁ ଗାଁରୁ ସହର ଯାଏ ଉତ୍ସବମୁଖର ହୋଇ ଉଠିଛ। ଗଣେଶ ପୂଜା କେବଳ ମହାରାଷ୍ଟ୍ର କି ମୁମ୍ବାଇ ନୁହେଁ, ବରଂ ସମଗ୍ର ଭାରତରେ ହର୍ଷୋଲ୍ଲାସର ସହିତ ପାଳନ କରାଯାଉଛି।








