ମୁଖ୍ୟମନ୍ତ୍ରୀଙ୍କ ବଡ଼ ଘୋଷଣା: ନିଯୁକ୍ତି ହେବେ ୪୫ ହଜାର ଶିକ୍ଷକ

ମୁଖ୍ୟମନ୍ତ୍ରୀ ମୋହନ ଚରଣ ମାଝୀ ଗୁରୁବାର ଏକ ବଡ଼ ଘୋଷଣା କରିଛନ୍ତି। ଆସନ୍ତା ୩ ବର୍ଷ ମଧ୍ୟରେ ରାଜ୍ୟରେ ୪୫ ହଜାର ଶିକ୍ଷକ ନିଯୁକ୍ତି ହେବେ ବୋଲି ମୁଖ୍ୟମନ୍ତ୍ରୀ କହିଛନ୍ତି। ତନ୍ମଧ୍ୟରୁ ୪୦ ହଜାର ନୂତନ ଶିକ୍ଷକ ପଦବୀ ସୃଷ୍ଟି ହେବ ବୋଲି ମୁଖ୍ୟମନ୍ତ୍ରୀ ପ୍ରକାଶ କରିଛନ୍ତି।

ଏପରିକି ଦଶମ ଶ୍ରେଣୀ ପର୍ଯ୍ୟନ୍ତ ସମସ୍ତ ପିଲାଙ୍କୁ ମାଗଣାରେ ପାଠ୍ୟ ପୁସ୍ତକ ଦିଆଯିବ। ସ୍କିମାଟିକ ପ୍ରାଥମିକ ଶିକ୍ଷକଙ୍କୁ ନିୟମିତ କରିବା ପାଇଁ ରାଜ୍ୟ ସରକାର ନିଷ୍ପତ୍ତି ନେଇଛନ୍ତି। ଏପରିକି BSE ଏବଂ CHSEକୁ ମିଶାଇ ଗୋଟିଏ ବୋର୍ଡ କରାଯିବ। ଫଳରେ ମାଧ୍ୟମିକ ଶିକ୍ଷା ପରିଷଦ ଓ ଉଚ୍ଚ ମାଧ୍ୟମିକ ଶିକ୍ଷା ପରିଷଦ ମିଶିଯିବା ଏକ ପ୍ରକାଶ ସ୍ପଷ୍ଟ ହୋଇଯାଇଛି।

ଜାତୀୟ ଶିକ୍ଷାନୀତି ଅନୁଯାୟୀ ପ୍ରାଥମିକ ଶିକ୍ଷାରେ ବ୍ୟାପକ ପରିବର୍ତ୍ତନ କରିବାକୁ ସରକାର ଯୋଜନା ପ୍ରସ୍ତୁତ କରିଛନ୍ତି। ଏପରିକି NCERT ଢ଼ାଞ୍ଚାରେ SCERTକୁ ବିକଶିତ କରିବାକୁ ପଦକ୍ଷେପ ନିଆଯିବ। ଟେଷ୍ଟ ବୁକ ପ୍ରକାଶନ ଏବଂ ମାର୍କେଟିଂ ସଂସ୍ଥାର ସୁଦୃଢ଼ୀକରଣ ପାଇଁ ସରକାର ନିଷ୍ପତ୍ତି ନେଇଥିବା ମୁଖ୍ୟମନ୍ତ୍ରୀ କହିଛନ୍ତି।

Leave a Reply

Your email address will not be published. Required fields are marked *