ରାଜ୍ୟରେ ଝଡ ପବନ ସହ ବର୍ଷା ନେଇ ଆଜି ୨୬ ଜିଲ୍ଲାକୁ ୟେଲୋ ଆଲର୍ଟ ଜାରି କରାଯାଇଛି । ଘଣ୍ଟାପ୍ରତି ୩୦ରୁ ୪୦ କିଲୋମିଟର ବେଗରେ ପବନ ବହିବା ନେଇ ମଧ୍ୟ ସତର୍କ କରାଯାଇଛି । ଆସନ୍ତାକାଲିଠୁ ରାଜ୍ୟରେ ବଢିବ ବର୍ଷା ପରିମାଣ । ପବନର ବେଗ ଅଧିକ ଯୋଗୁ ସମୁଦ୍ର ଅଶାନ୍ତ ରହିବ । ତେଣୁ ଏହି ସମୟରେ ସମୁଦ୍ର ମଧ୍ୟକୁ ନଯିବାକୁ ମତ୍ସ୍ୟଜୀବୀଙ୍କୁ ବାରଣ କରାଯାଇଛି ।









