ଲଘୁଚାପ ପ୍ରଭାବରେ ତୁହାକୁ ତୁହା ବର୍ଷା

ଆସନ୍ତା ୩୧ ତାରିଖ ପର୍ଯ୍ୟନ୍ତ ବର୍ଷା  ।  ଉତ୍ତର ପଶ୍ଚିମ ବଙ୍ଗୋପସାଗରରେ ସୃଷ୍ଟି ହୋଇଛି ଲଘୁଚାପ କ୍ଷେତ୍ର । ଆଗାମୀ ୨୪ ଘଣ୍ଟାରେ ତାହା ସଦୃଶ୍ୟ ଲଘୁଚାପରେ ପରିଣତ ହେବ । ଲଘୁଚାପ ପ୍ରଭାବରେ ଆଗାମୀ ୩୧ ତାରିଖ ପର୍ଯ୍ଯନ୍ତ ରାଜ୍ଯରେ ଲାଗି ରହିବ ବର୍ଷା । ଆସନ୍ତା ୨୪ ଘଣ୍ଟା ପାଇଁ ମାଲକାନଗିରି ,କୋରାପୁଟ ଜିଲ୍ଲାରେ ଭୀଷଣ ବର୍ଷା ନେଇ ରେଡ ଆଲର୍ଟ ଜାରି କରାଯାଇଛି । ସେହିପରି ନବରଙ୍ଗପୁର, ରାୟଗଡ଼ା, କଳାହାଣ୍ଡି, ଗଜପତି ଜିଲ୍ଲାରେ ପ୍ରବଳରୁ ଅତି ପ୍ରବଳ ବର୍ଷା ନେଇ ଅରେଞ୍ଜ ଆଲର୍ଟ ଜାରି ହୋଇଛି । ବାକି ସମସ୍ତ ଜିଲ୍ଲା ଗୁଡିକୁ ୟେଲୋ ଆଲର୍ଟ ଜାରି କରିଛି ଆଞ୍ଚଳିକ ପାଣିପାଗ ବିଭାଗ । ଲଘୁଚାପ ପ୍ରଭାବରେ ରାଜ୍ୟରେ ବର୍ଷା ସହ ପବନ ଅଧିକ ରହିବ । ସମୁଦ୍ର ଅଶାନ୍ତ ରହିବାର ସମ୍ଭାବନା ଥିବାରୁ ୫ ଦିନ ପଯ୍ୟନ୍ତ ମତ୍ସ୍ଯଜୀବୀ ମାନଙ୍କୁ ସମୁଦ୍ର ବାରଣ କରାଯାଇଛି ।

Leave a Reply

Your email address will not be published. Required fields are marked *