ଆଜି ନାମାଙ୍କନ ପତ୍ର ଦାଖଲ କରିବେ ବିଜେପି ପ୍ରାର୍ଥୀ ଜୟ ଢୋଲକିଆ

ଆଜି ଦିନ ପ୍ରାୟ ୧୨ଟା ବେଳେ ନାମାଙ୍କନ ପତ୍ର ଦାଖଲ କରିବେ ବିଜେପି ପ୍ରାର୍ଥୀ ଜୟ ଢୋଲକିଆ। ଆଜି ବିଜେପି ରାଜ୍ୟ ସଭାପତି ମନମୋହନ ସାମଲଙ୍କ ସମେତ ରାଜ୍ୟର କେତେକ ମନ୍ତ୍ରୀ ଓ ବିଧାୟକଙ୍କ ସମେତ ହଜାର ହଜାର ନେତା ଓ କର୍ମୀଙ୍କ ସହ ଶେ‌ାଭାଯାତ୍ରାରେ ଆସି ପ୍ରାର୍ଥୀପତ୍ର ଦାଖଲ କରିବେ। ନୂଆପଡ଼ା ଉପନିର୍ବାଚନ ପାଇଁ ପ୍ରାର୍ଥୀ ଘୋଷଣା କଲା ବିଜେପି। ସ୍ବର୍ଗତ ରାଜେନ୍ଦ୍ର ଢୋଲକିଆଙ୍କ ପୁଅ ଜୟ ‌ଢୋଲକିଆ ହେଲେ ବିଜେପି ପ୍ରାର୍ଥୀ। ଗତ ୧୧ ତାରିଖରେ ବିଜେପିରେ ମିଶିଥିଲେ। ୧୮ ତାରିଖରେ ନାମାଙ୍କନ ଭରିବେ ଜୟ।ସୂଚନାଯୋଗ୍ୟ, ଗତ ୧୧ ତାରିଖରେ ନୂଆପଡ଼ା ରାଜନୀତିରେ ଏକ ବଡ଼ ହଟଚମଟ ଦେଖିବାକୁ ମିଳିଥିଲା। ଗତ କିଛି ଦିନ ହେଲା ନୂଆପଡ଼ା ଉପନିର୍ବାଚନରେ ବିଜେଡିରୁ ପ୍ରାର୍ଥୀ ହେବାକୁ ଆଶା ବାନ୍ଧି ପ୍ରଚାର କରୁଥିବା ସ୍ବର୍ଗତ ରାଜେନ୍ଦ୍ର ଢୋଲକିଆଙ୍କ ପୁଅ ଜୟ ‌ଢୋଲକିଆ ସମସ୍ତଙ୍କୁ ବିସ୍ମିତ କରି ବିଜେପିରେ ଯୋଗ ଦେଇଥିଲେ। ନୂଆପଡ଼ା ଉପନିର୍ବାଚନରେ ଜୟଙ୍କୁ ପ୍ରାର୍ଥୀ କରିବାକୁ ବିଜେଡି ଏକପ୍ରକାର ନିଶ୍ଚିତ କରିଥିଲା ଓ କେବଳ ଘୋଷଣା ବାକି ଥିଲା। କିନ୍ତୁ ଜୟ ଶଙ୍ଖ ଶିବିର ଛାଡ଼ି ପଦ୍ମ ଧରିଥିଲେ। ବିଜେପି ରାଜ୍ୟସଭା ସାଂସଦ ସୁଜିତ କୁମାର ଜୋର୍ ଦେଇ କହିଛନ୍ତି ଯେ ନୂଆପଡ଼ା ଉପନିର୍ବାଚନରେ ବିଜେପି ପ୍ରାର୍ଥୀ ଜୟ ଢୋଲକିଆ ୫୦ ହଜାରରୁ ଅଧିକ ଭୋଟରେ ବିଜୟୀ ହେବେ। କଂଗ୍ରେସକୁ ଲୋକେ ପସନ୍ଦ କରୁନାହାନ୍ତି। ଏଣୁ ବିଜେପି ଏଠାରେ ଜିତିବା ସୁନିଶ୍ଚିତ ବୋଲି କହିଛନ୍ତି ରାଜ୍ୟସଭା ସାଂସଦ ସୁଜିତ କୁମାର।

Leave a Reply

Your email address will not be published. Required fields are marked *