ଉତ୍କଳ ସଙ୍ଗୀତ ମହାବିଦ୍ୟାଳୟ ଛାତ୍ରୀଙ୍କୁ ନିର୍ଯାତନା ଘଟଣାରେ ଅଭିଯୁକ୍ତ ଅଧ୍ୟାପକ ଶତ୍ରୁଘ୍ନ ସାମଲ ଗିରଫ

ଉତ୍କଳ ସଙ୍ଗୀତ ମହାବିଦ୍ୟାଳୟ ଛାତ୍ରୀଙ୍କୁ ନିର୍ଯାତନା ଘଟଣାରେ ଅଭିଯୁକ୍ତ ଅଧ୍ୟାପକ ଶତ୍ରୁଘ୍ନ ସାମଲଙ୍କୁ ଗିରଫ କରିଛି ପୁଲିସ। ଅପରାହ୍ନରେ ତାଙ୍କୁ କଲେଜରୁ ବହିଷ୍କୃତ କରାଯାଇଥିଲା। ବହିଷ୍କାର ନେଇ ସୂଚନା ଦେଇଛନ୍ତି ପ୍ରିନ୍ସିପାଲ୍‌ ବିଜୟ ଜେନା। କର୍ତ୍ତୃପକ୍ଷଙ୍କ ଲିଖିତ ଅଭିଯୋଗ ପରେ ଅଧ୍ୟାପକଙ୍କୁ ବହିଷ୍କାର କରାଯାଇଥିଲା। ଏବେ ତାଙ୍କୁ ପୁଲିସ ଗିରଫ କରିଛି। ଗତ ଜୁନ୍ ମାସରେ ସେ ଅତିଥି ଅଧ୍ୟାପକ ଭାବେ କଲେଜରେ ଯୋଗଦେଇଥିଲେ।

ସେପଟେ ଓଡିଆ ଭାଷା, ସାହିତ୍ୟ ଓ ସଂସ୍କୃତି ବିଭାଗ ସ୍ଵତନ୍ତ୍ର ସଚିବ ଦେବ ପ୍ରସାଦ ଦାସଙ୍କ ନେତୃତ୍ଵରେ ଗଠିତ ୩ ଜଣିଆ ଟିମର ଅଧ୍ୟକ୍ଷତାରେ ତଦନ୍ତ ଜାରି ରହିଛି। ଗଣମାଧ୍ୟମର ରିପୋର୍ଟ ଦେଖି ତଦନ୍ତ ପାଇଁ ଆସିଛୁ କହିଛନ୍ତି ଦେବପ୍ରସାଦ। ପିଲାମାନଙ୍କୁ ଓ କଲେଜ କର୍ତ୍ତୃପକ୍ଷଙ୍କୁ ଏ ନେଇ ପଚରାଉଚରା କରିବୁ।ସୂଚନା ଅନୁଯାୟୀ ଉତ୍କଳ ସଙ୍ଗୀତ ମହାବିଦ୍ୟାଳୟ ଛାତ୍ରୀଙ୍କୁ ନିର‌୍ୟାତନା ଦିଆଯାଇଥିବା ଅଭିଯୋଗ ହୋଇଛି। କ୍ୟାମ୍ପସ୍‌ରେ ଛାତ୍ରୀଙ୍କ ହଙ୍ଗାମାକୁ ନେଇ ପ୍ରବଳ ଉତ୍ତେଜନା ଦେଖାଦେଇଛି। ଡ୍ରାମା ବିଭାଗ ଛାତ୍ରୀଙ୍କୁ ନିର‌୍ୟ୍ୟାତନା ଦିଆଯିବାର ଅଭିଯୋଗ ପରେ ଉତ୍ତେଜନା ପ୍ରକାଶ ପାଇଛି। ଜଣେ ଅଧ୍ୟାପକଙ୍କ ନାଁରେ କାଷ୍ଟିଂ କାଉଚ୍ ଅଭିଯୋଗ ହୋଇଥିଲା । ତାଙ୍କୁ ବହିଷ୍କାର କରାଯାଇଛି। ବିକ୍ଷୋଭ କରୁଥିବା ଜଣେ ଛାତ୍ରୀ ଅସୁସ୍ଥ ହୋଇପଡିଛନ୍ତି । ତାଙ୍କୁ ତୁରନ୍ତ ଉଦ୍ଧାର କରାଯାଇ ନିକଟସ୍ଥ ମେଡିକାଲକୁ ସ୍ଥାନାନ୍ତର କରାଯାଇଛି।

Leave a Reply

Your email address will not be published. Required fields are marked *