ସ୍ନେହାଙ୍ଗିନୀ ଛୁରିଆଙ୍କ ଉପରେ ନବୀନଙ୍କ ଭରସା

ନୂଆପଡ଼ା ଉପନିର୍ବାଚନ ପାଇଁ ବିଜୁ ଜନତା ଦଳ ସ୍ନେହାଙ୍ଗିନୀଙ୍କ ଉପରେ ଦଳ ଭରସା କରିଛି। ସ୍ନେହାଙ୍ଗିନୀ ଛୁରିଆ ଶିକ୍ଷକତାରୁ ରାଜନୀତିକୁ ଆସିଥିଲେ। ୨୦୧୪ରେ ନବୀନଙ୍କ ମନ୍ତ୍ରିମଣ୍ଡଳରେ ସ୍ଥାନ ପାଇଥିଲେ। ହସ୍ତତନ୍ତ, ବୟନଶିଳ୍ପ ବିଭାଗ ପାଇଥିଲେ। ସମ୍ବଲପୁର ବିଶ୍ବବିଦ୍ୟାଳୟରୁ ରାଜନୀତି ବିଜ୍ଞାନରେ ସ୍ନାତକ ହାସଲ କରିଛନ୍ତି। ଆଡଗାଁ ବାଳିକା ବିଦ୍ୟାଳୟରେ ୧୯୯୫ରେ ଶିକ୍ଷକତା ଆରମ୍ଭ କରିଥିଲେ। ୧୯୯୭ରେ ଚାକିରି ଛାଡ଼ି ରାଜନୀତିକୁ ଆସିଲେ। ପ୍ରଥମ ଥର ପଞ୍ଚାୟତ ନିର୍ବାଚନରେ କ୍ୟାରିୟର ଆରମ୍ଭ କଲେ। ତଲମେଣ୍ଡା ପଞ୍ଚାୟତରୁ ସମିତିସଭ୍ୟ ଭାବେ ଜିତିଲେ। ଜିତିବା ପରେ ଭେଡେନ୍‌ ବ୍ଲକ ଅଧ୍ୟକ୍ଷା ଭାବେ ନିର୍ବାଚିତ ହୋଇଥିଲେ। ସ୍ନେହାଙ୍ଗିନୀ ଛୁରିଆ ବରଗଡ଼ ଜିଲ୍ଲା ଅତାବିରା ନିର୍ବାଚନ ମଣ୍ଡଳୀରୁ ୨୦୧୪ ଓ ୨୦୧୯ରେ ବିଜୟୀ ହୋଇଥିଲେ। ୨୦୨୪ ନିର୍ବାଚନରେ ୭୦,୫୭୭ ଭୋଟ୍‌ ପାଇଥିଲେ। ସେ ୨୮,୯୧୦ ଭୋଟ୍‌ରେ ପରାସ୍ତ ହୋଇଥିଲେ। କଂଗ୍ରେସ ପ୍ରାର୍ଥୀ ନିହାର ମହାନନ୍ଦଙ୍କ ଠାରୁ ହାରିଥିଲେ। ଏସବୁ କାରଣରୁ ବିଜେପି ଜଣେ ମହିଳାଙ୍କ ଉପରେ ଭରସା କରିଛି । ସ୍ନେହାଙ୍ଗିନୀ ବିଜେପିର ଜୟ ଢ଼ୋଲକିଆଙ୍କୁ ଟକ୍କର ଦେଇପାରିବେ ବୋଲି ବିଜେଡି ଆଶା ରଖିଛି ।

ଆସନ୍ତା ନଭେମ୍ବର ୧୧ ତାରିଖ ଦିନ ଏଠାରେ ଭୋଟ୍‌ ଗ୍ରହଣ କରାଯିବାକୁ ଥିବା ବେଳେ ପ୍ରାର୍ଥିପତ୍ର ଦାଖଲ ପ୍ରକ୍ରିୟା ଆରମ୍ଭ ହୋଇଯାଇଛି, ଯାହାକି ଆଗାମୀ ୨୦ ତାରିଖ ପର୍ଯ୍ୟନ୍ତ ଜାରି ରହିବ। ଏହାରି ମଧ୍ୟରେ ରାଜ୍ୟର ପ୍ରମୁଖ ରାଜନୈତିକ ଦଳ (ବିଜେପି, ବିଜେଡି ଓ କଂଗ୍ରେସ) ପ୍ରାର୍ଥୀ ଘୋଷଣା କରିସାରିଛନ୍ତି। କଂଗ୍ରେସ ପ୍ରାର୍ଥୀ ଘାସିରାମ ମାଝୀ ଆଜି ନିଜର ପ୍ରାର୍ଥିପତ୍ର ଦାଖଲ କରିସାରିଥିବା ବେଳେ ବିଜେପିର ପ୍ରାର୍ଥୀ ଜୟ ‌ଢୋଲକିଆ ଆସନ୍ତାକାଲି ପ୍ରାର୍ଥିପତ୍ର ଦାଖଲ କରିବେ। ବିଜୁ ଜନତା ଦଳର ପ୍ରାର୍ଥୀ ସ୍ନେହାଙ୍ଗିନୀ ଛୁରିଆଙ୍କ ପାର୍ଥିପତ୍ର ଦାଖଲ ତାରିଖ ଯଦିଓ ଘୋଷଣା କରାଯାଇ ନାହିଁ, ବିଜେିଡି ଆସନ୍ତାକାଲି ନୂଆପଡ଼ାରେ ଏକ ବିଶାଳ ଶୋଭାଯାତ୍ରାର ଆୟୋଜନ କରିବାକୁ ଯାଉଛି। ଏହି ନିର୍ବାଚନରେ ବିଜୟୀ ହେବା ପାଇଁ ତିନି ଦଳ ନିଜନିଜ ହିସାବରେ ଦକ୍ଷ ପ୍ରାର୍ଥୀ ପଡ଼ିଆକୁ ଓହ୍ଲାଇଛନ୍ତି। ତେବେ ନୂଆପଡ଼ାବାସୀ କାହାର ଉପରେ ଭରସା କରିବେ ତାହା ସମୟ କହିବ।

ନୂଆପଡ଼ା ଉପନିର୍ବାଚନ ପାଇଁ ରାଜନୈତିକ ଦଳଗୁଡ଼ିକ ମଧ୍ୟରେ କିଏ ଜିତିବ ତାକୁ ନେଇ ତତ୍ପରତା ଦେଖାଯାଇଛି। ଆସନ୍ତା ନଭେମ୍ବର ୧୧ ତାରିଖରେ ଏଠାରେ ମତଦାନ ଗ୍ରହଣ କରାଯିବାକୁ ଥିବା ବେଳେ ପ୍ରାର୍ଥିପତ୍ର ଦାଖଲ ପ୍ରକ୍ରିୟା ଜାରି ରହିଛି। ଏହାରି ମଧ୍ୟରେ ଆଜି କଂଗ୍ରେସର ପ୍ରାର୍ଥୀ ଘାସିରାମ ମାଝୀ ପ୍ରାର୍ଥିପତ୍ର ଦାଖଲ କରିଥିବା ବେଳେ ଆସନ୍ତାକାଲି ବିଜେପିର ପ୍ରାର୍ଥୀ ଜୟ ଢୋଲକିଆ ପ୍ରାର୍ଥିପତ୍ର ଦାଖଲ କରିବେ। ଏହାରି ମଧ୍ୟରେ ବିଜୁ ଜନତା ଦଳର ପ୍ରାର୍ଥି କିଏ ‌ହେବେ ସେନେଇ ଘୋଷଣା ଜୋରଦାର ଚର୍ଚ୍ଚା ଚାଲିଥିଲା।

ସୂଚନାଯୋଗ୍ୟ, ନୂଆପଡ଼ା ଉପନିର୍ବାଚନ ପାଇଁ ପ୍ରାର୍ଥୀ ‌ଘୋଷଣା ପୂର୍ବରୁ ବିଜେଡି ସଭାପତି ନବୀନ ପଟ୍ଟନାୟକ  ନବୀନ ନିବାସ ନିବାସରେ ଏକ ଗୁରୁତ୍ବପୂର୍ଣ୍ଣ ଆଲୋଚନା କରିଥିଲେ । ଏଥି ପାଇଁ ଦଳର ବରିଷ୍ଠ ନେତାଙ୍କୁ ଡାକିଥିଲେ। ନବୀନଙ୍କ ଡାକରା କ୍ରମେ ମନୋଜ ମିଶ୍ର ଆସିଥିଲେ, ଯିଏକି ନୂଆପଡ଼ା ନିର୍ବାଚନ ପାଇଁ ବିଜେଡି ଲୋକାଲ ଆକ୍ସନ କମିଟି ସଦସ୍ୟ ଥିଲେ।

Leave a Reply

Your email address will not be published. Required fields are marked *