ଆସନ୍ତା ୨୪ ଘଣ୍ଟା ମଧ୍ୟରେ ପ୍ରବଳରୁ ଅତି ପ୍ରବଳ ବର୍ଷା ସମ୍ଭାବନା

ସୃଷ୍ଟି ଲଘୁଚାପ କ୍ଷେତ୍ରର ପ୍ରଭାବରେ ରାଜ୍ୟରେ ପ୍ରବଳ ବର୍ଷା ହେବାର ସମ୍ଭାବନା ରହିଛି । ଗତ ୨୪ ଘଣ୍ଟା ମଧ୍ୟରେ ରାଜ୍ୟର ଅନେକ ସ୍ଥାନରେ ହାଲୁକା ରୁ ମଧ୍ୟମ ଧରଣର ବର୍ଷା ରେକର୍ଡ ହୋଇଛି । ସର୍ବାଧିକ ବର୍ଷା ଗଞ୍ଜାମ ଜିଲ୍ଲା ଆସ୍କା ରେ ୯୦ ମିଲିମିଟର ରେକର୍ଡ ହୋଇଛି । ସମୁଦ୍ର ମଧ୍ୟରେ ବର୍ତମାନ ଏକ ଘୂର୍ଣ୍ଣିବଳୟ ସୃଷ୍ଟି ହୋଇଛି ଏହା ଫଳରେ ବାଂଲାଦେଶ ସହ ପଶ୍ଚିମବଙ୍ଗ ଓ ତାତ୍ସଲଗ୍ନ ଅଞ୍ଚଳରେ ସମୁଦ୍ର ଅଶାନ୍ତ ରହିବାର ସମ୍ଭାବନା ରହିଛି । ମତ୍ସ୍ୟଜୀବୀ ମାନଙ୍କୁ ସମୁଦ୍ର ମଧ୍ୟକୁ ନଯିବା ପାଇଁ ବାରଣ କରିଛି ପାଣିପାଗ ବିଜ୍ଞାନ କେନ୍ଦ୍ର ।

ଆସନ୍ତା ୨୪ ଘଣ୍ଟା ମଧ୍ୟରେ ପୁରୀ ଜିଲ୍ଲାରେ ପ୍ରବଳରୁ ଅତି ପ୍ରବଳ ବର୍ଷା ହେବାର ସମ୍ଭାବନା ରହିଥିବା ବେଳେ ଖୋର୍ଦ୍ଧା, ଜଗସିଂହପୁର, କଟକ ସହ ଗଞ୍ଜାମ, ଗଜପତି, ସୁନ୍ଦରଗଡ଼ ଓ କେନ୍ଦୁଝର ଜିଲ୍ଲାରେ ପ୍ରବଳ ବର୍ଷା ହେବାର ସମ୍ଭାବନା ରହିଛି ।

Leave a Reply

Your email address will not be published. Required fields are marked *