ଅଗଷ୍ଟ ୧୩ରେ ଓଡିଶା ଗସ୍ତରେ ଆସିବେ ରାଷ୍ଟ୍ରୀୟ ସ୍ୱୟଂସେବକ ସଂଘର ପ୍ରମୁଖ ମୋହନ ଭାଗବତ

ରାଷ୍ଟ୍ରୀୟ ସ୍ୱୟଂସେବକ ସଂଘର ପ୍ରମୁଖ ମୋହନ ଭାଗବତ ୩ ଦିନିଆ ଓଡିଶା ଗସ୍ତରେ ଆସି ଅଗଷ୍ଟ ୧୩ରେ ଭୁବନେଶ୍ଵରରେ ପହଞ୍ଚିବେ। ମୋହନ ଭାଗବତ ଶ୍ରୀ ଗୌଡୀୟ ମିଶନ ନିମନ୍ତ୍ରଣ କ୍ରମେ ଓଡିଶା ଆସୁଛନ୍ତି। ସେ ୧୩ ତାରିଖ ଦିନ ଭୁବନେଶ୍ୱରରେ ପହଁଞ୍ଚିବା ପରେ ଉତ୍କଳ ବିପନ୍ନ ସହାୟତା ସମିତିରେ ଅବସ୍ଥାନ କରିବେ। ୧୪ ତାରିଖ ଦିନ କଟକସ୍ଥିତ ଜବାହାରଲାଲ ନେହେରୁ ଇନ୍‌ଡୋର ଷ୍ଟାଡିୟମରେ ଅନୁଷ୍ଠିତ ହେବାକୁ ଥିବା ଗୌଡୀୟ ବୈଷ୍ଣବ ସମ୍ମିଳନୀରେ ମୁଖ୍ୟ ଅତିଥି ଭାବେ ଯୋଗ ଦେଇ ଉଦ୍‌ବୋଧନ ଦେବେ।

Leave a Reply

Your email address will not be published. Required fields are marked *