ଖୁବଶୀଘ୍ର ଭାରତ ଆସିବେ ରୁଷିଆ ରାଷ୍ଟ୍ରପତି ଭ୍ଲାଦିମିର ପୁଟିନ । ଆମେରିକାର ଟାରିଫ ଧମକ ମଧ୍ୟରେ ମସ୍କୋ ଗସ୍ତରେ ଥିବା ଜାତୀୟ ସୁରକ୍ଷା ପରାମର୍ଶଦାତା ଅଜିତ ଡୋଭାଲ୍ ଏହି ବଡ଼ ସୂଚନା ଦେଇଛନ୍ତି । ରାଷ୍ଟ୍ରପତି ପୁଟିନଙ୍କ ଭାରତ ଗସ୍ତ ଏକ ପ୍ରକାର ଚୁଡ଼ାନ୍ତ ହୋଇଛି । ଖୁବଶୀଘ୍ର ତାରିଖ ଘୋଷଣା ହେବ ବୋଲି ସେ କହିଛନ୍ତି । ଚାରି ବର୍ଷ ପରେ ପୁଟିନଙ୍କର ଏହା ପ୍ରଥମ ଭାରତ ଗସ୍ତ ହେବ। ଭାରତ, ରୁଷିଆ ଓ ଆମେରିକା ମଧ୍ୟରେ ଉତ୍ତେଜନା ଜାରି ରହିଥିବାବେଳେ ରାଷ୍ଟ୍ରପତି ପୁଟିନ ପ୍ରଧାନମନ୍ତ୍ରୀ ମୋଦିଙ୍କ ସହିତ ବଡ଼ ରଣନୀତି ପ୍ରସ୍ତୁତ କରିବା ସମ୍ଭାବନା ରହିଛି ।









