ଜାନୁଆରୀ ୧ରୁ ହେବ କଡ଼ାକଡ଼ି ହେବ ପଲ୍ୟୁସନ ସାର୍ଟିଫିକେଟର ଯାଞ୍ଚ

ଜାନୁଆରୀ ୧ରୁ ହେବ କଡ଼ାକଡ଼ି ହେବ ପଲ୍ୟୁସନ ସାର୍ଟିଫିକେଟର ଯାଞ୍ଚ । ଏହି ଅଭିଯାନ ଜାନୁଆରୀ ୩୧ ଯାଏ ଚାଲିବ। ଯାଞ୍ଚରେ ଯେଉଁ ଗାଡ଼ିର ବୈଧ ପିୟୁସି ନଥିବ, ସେମାନଙ୍କୁ ପେଟ୍ରୋଲ ଡିଜେଲ ମିଳିବନି। ଏନେଇ ସୋମବାର ପରିବହନ ବିଭାଗ, ତୈଳ କମ୍ପାନି ଓ ଡିଲର ସଂଘ ମଧ୍ୟରେ ବୈଠକ ପରେ ସୂଚନା ଦେଇଛନ୍ତି ପରିବହନ କମିଶନର ଅମିତାଭ ଠାକୁରଙ୍କ ସୂଚନା ଦେଇଛନ୍ତି।

ସୂଚନାଥାଉକି, ବାୟୁ ଗୁଣବତ୍ତାର ସ୍ଥିତିକୁ ଦୃଷ୍ଟିରେ ରଖି ପରିବହନ କ୍ଷେତ୍ରରେ ପରିବେଶ ସୁରକ୍ଷାକୁ ପ୍ରାଧାନ୍ୟ ଦେଉଛନ୍ତି ସରକାର । ଏଥିପାଇଁ ମୋଟର ଯାନ ନିୟମ ଉଲ୍ଲଙ୍ଘନ କରି ପ୍ରଦୂଷଣ ସୃଷ୍ଟି କରୁଥିବା ଯାନ ଉପରେ ଅଙ୍କୁଶ ଲଗାଇବାକୁ, ବାଣିଜ୍ୟ ଓ ପରିବହନ ବିଭାଗ ପଦକ୍ଷେପ ନେଇଛି। ଯେଉଁ ମୋଟର ଯାନର ବୈଧ ପ୍ରଦୂଷଣ ପ୍ରମାଣପତ୍ର ନାହିଁ ସେମାନଙ୍କୁ କୌଣସି ପେଟ୍ରୋଲ ପମ୍ପରେ ତେଲ ନ ଦେବାକୁ ନିର୍ଦ୍ଦେଶ ଦେଇଛି ପରିବହନ ବିଭାଗ।

ବିଭାଗୀୟ ମନ୍ତ୍ରୀ ବିଭୂତି ଭୂଷଣ ଜେନାଙ୍କ ନିର୍ଦ୍ଦେଶ ଏବଂ ପ୍ରମୁଖ ଶାସନ ସଚିବ ଉଷା ପାଢ଼ୀଙ୍କ ପ୍ରତ୍ୟକ୍ଷ ତତ୍ତ୍ଵାବଧାନରେ ଏ ଦିଗରେ ଉଦ୍ୟମ ଆରମ୍ଭ ହୋଇଛି । ଏ ସଂକ୍ରାନ୍ତରେ ତୈଳ ବିକ୍ରୟକାରୀ କମ୍ପାନୀଙ୍କୁ ଚିଠି ଲେଖାଯାଇଛି।

ମୋଟର ଯାନ ଆଇନ ଅନୁଯାୟୀ ବୈଧ ପ୍ରଦୂଷଣ ପ୍ରମାଣପତ୍ର ରଖିବା ବାଧ୍ୟତାମୂଳକ ଏଥିପାଇଁ ଗାଡ଼ି ଗୁଡିକୁ ନିୟମିତ ବ୍ୟବଧାନରେ ପଞ୍ଜିକୃତ ପ୍ରଦୂଷଣ ପରୀକ୍ଷା କେନ୍ଦ୍ରରେ ଯାଞ୍ଚ କରାଇବାକୁ ହୋଇଥାଏ। ସେହିଭଳି ବୈଧ ପ୍ରଦୂଷଣ ପ୍ରମାଣପତ୍ର ନଥିଲେ ଆଇନ ଅନୁଯାୟୀ କାର୍ଯ୍ୟାନୁଷ୍ଠାନର ମଧ୍ୟ ବ୍ୟବସ୍ଥା ରହିଛି। ପ୍ରଦୂଷଣ ପ୍ରମାଣପତ୍ର ଯାଞ୍ଚକୁ ଗୁରୁତ୍ୱ ଦେଇ ସମସ୍ତ ଟୋଲଗେଟ୍ ରେ ଇ- ଡିଟେକ୍ସନ ବ୍ୟବସ୍ଥାରେ ମଧ୍ୟ ଏହାକୁ ଅନ୍ତର୍ଭୁକ୍ତ କରାଯାଇଛି।

ବାଣିଜ୍ୟ ଓ ପରିବହନ ବିଭାଗ ପକ୍ଷରୁ ମୋଟର ଯାନ ବ୍ୟବହାରକାରୀଙ୍କୁ ନିବେଦନ କରାଯାଇଛି ଯେ, ସର୍ବଦା ଗାଡ଼ିର ବୈଧ ପ୍ରଦୂଷଣ ପ୍ରମାଣପତ୍ର ରଖନ୍ତୁ । ପ୍ରଦୂଷଣ ସୃଷ୍ଟି କରୁଥିବା ଯାନକୁ ବ୍ୟବହାର କରନ୍ତୁ ନାହିଁ। ପରିବେଶ ସୁରକ୍ଷାରେ ସହଭାଗୀ ହୁଅନ୍ତୁ।

Leave a Reply

Your email address will not be published. Required fields are marked *