ଆଗ ପଛ ହୋଇ ଆସୁଛି ଦୁଇ ଦୁଇଟି ବଡ଼ ଲଘୁଚାପ। ଏହାର ପ୍ରଭାବରେ ପ୍ରବଳ ବର୍ଷାର ସମ୍ଭାବନା ରହିଛି। ଆଜି ଉତ୍ତର ବଙ୍ଗୋପସାଗରରେ ଏକ ଲଘୁଚାପ କ୍ଷେତ୍ରସୃଷ୍ଟି ହୋଇପାରେ। ଏହା ପ୍ରଭାବରେ ଆଜି ଉତ୍ତର ଓ ଅତି ପ୍ରବଳ ବର୍ଷା ହେବ ପାଣିପାଗ କେନ୍ଦ୍ର। କେନ୍ଦୁଝର ଓ ମୟୂରଭଞ୍ଜରେ ଅତି ପ୍ରବଳ ବର୍ଷା ହେବା ନେଇ ଅରେଞ୍ଜ ଆଲର୍ଟ ଜାରି ହୋଇଛି। ବାକି ୨୮ ଜିଲାକୁ ୟେଲୋ ଓ୍ବାର୍ନିଂ ଜାରି କରାଯାଇଛି। ଏନେଇ ପାଣିପାଗ ବିଭାଗ ପକ୍ଷରୁ ସୂଚନା ଦିଆଯାଇଛି। ଆସନ୍ତା ୨୫ ତାରିଖ ବେଳକୁ ବଙ୍ଗୋପସାଗରରେ ଆଉ ଏକ ଲଘୁଚାପ ସୃଷ୍ଟି ହେବାର ସମ୍ଭାବନା ରହିଛି। ଅକ୍ଟୋବର ୧ ଓ ୨ ତାରିଖରେ ସ୍ବଳ୍ପରୁ ମଧ୍ୟମ ଧରଣର ବର୍ଷା ହେବାର ଆଶଙ୍କା ରହିଛି। ବର୍ଷା ସମୟରେ ୫୦ରୁ ୬୦ କିଲୋମିଟର ବେଗରେ ପବନ ମଧ୍ୟ ବହିପାରେ ବୋଲି ପାଣିପାଗ ବିଭାଗ ପକ୍ଷରୁ ପୂର୍ବାନୁମାନ କରାଯାଇଛି।









