ଆସନ୍ତା ୨୪ ଘଣ୍ଟାରେ ବର୍ଷା । ୧୧ ଜିଲ୍ଲାରେ ପ୍ରବଳ ବର୍ଷା ନେଇ ୟେଲୋ ଓ୍ବାର୍ଣ୍ଣିଂ ଜାରି କଲା ପାଣିପାଗ ବିଜ୍ଞାନ କେନ୍ଦ୍ର । ଏହିସବୁ ଜିଲ୍ଲା ଗୁଡ଼ିକ ହେଲା ମାଲକାନଗିରି, କୋରାପୁଟ, କଳାହାଣ୍ଡି, ନବରଙ୍ଗପୁର, ନୂଆପଡା, ବଲାଙ୍ଗିର, ବରଗଡ଼, ଝାରସୁଗୁଡା, ସୁନ୍ଦରଗଡ, କେନ୍ଦୁଝର ଓ ମୟୁରଭଞ୍ଜ । ସେହିପରି କଟକ, କେନ୍ଦ୍ରାପଡା, ଜଗତସିଂହପୁର, ଯାଜପୁର, ଭଦ୍ରକ, ବାଲେଶ୍ୱର, ଢେଙ୍କାନାଳ, ଅନୁଗୁଳ, ଦେବଗଡ ଓ ସମ୍ବଲପୁରରେ ଏହି ୧୦ ଜିଲ୍ଲାରେ ବିଜୁଳି ଘଡଘଡି ସହ ୩୦ରୁ ୪୦ କି.ମି. ଝଟ୍କା ପବନ ବହିବା ସମ୍ଭାବନାକୁ ନେଇ ୟେଲୋ ଓ୍ବାର୍ଣ୍ଣିଂ ଜାରି କରାଯାଇଛି ।ସେହିପରି ସୋମବାର ଅନେକ ସ୍ଥାନରେ ହାଲୁକାରୁ ମଧ୍ୟମ ଧରଣର ବର୍ଷା ସହ ଜଗତସିଂହପୁର, କେନ୍ଦ୍ରାପଡା, ଯାଜପୁର, କଟକ, ବାଲେଶ୍ୱର, କେନ୍ଦୁଝର, ମୟୁରଭଞ୍ଜ, କୋରାପୁଟ ଓ ନବରଙ୍ଗପୁର ଏହି ୯ ଜିଲ୍ଲାରେ ପ୍ରବଳ ବର୍ଷାକୁ ନେଇ ୟେଲୋ ଓ୍ବାର୍ଣ୍ଣିଂ ଜାରି କରିଛି ବିଭାଗ । ସେହିପରି ଗଜପତି, ମାଲକାନଗିରି, ନୟାଗଡ, କଳାହାଣ୍ଡି, ଭଦ୍ରକ, ଢେଙ୍କାନାଳ, ଅନୁଗୁଳ, ଦେବଗଡ, ସମ୍ବଲପୁର, ଝାରସୁଗୁଡା, ସୁନ୍ଦରଗଡ ଓ ବରଗଡ଼ ଏହି ୧୧ ଜିଲ୍ଲାରେ ବିଜୁଳି ଘଡଘଡି ସହ ୩୦ରୁ ୪୦ କି.ମି. ବେଗରେ ଝଟକା ପବନ ବହିବାର ସମ୍ଭାବନାକୁ ନେଇ ୟେଲୋ ଓ୍ବାର୍ଣ୍ଣିଂ ଜାରି କରିଛି ପାଣିପାଗ ବିଭାଗ ।ରାଜ୍ୟରେ ୧୫ ତାରିଖ ଯାଏ ବର୍ଷା ସହ ଗୋଟେ ଦୁଇଟି ସ୍ଥାନରେ ପ୍ରବଳ ବର୍ଷା ସମ୍ଭାବନା ଚେତାବନୀ ଥିବା ପୂର୍ବାନୁମାନ କରିଛି ପାଣିପାଗ ବିଭାଗ । ସେପଟେ ପାଣିପାଗ ବିଶେଷଜ୍ଞ କହୁଛନ୍ତି ଆସନ୍ତା ସପ୍ତାହେ ଯାଏଁ ବର୍ଷା ଜାରି ରହିବ । ଘୂର୍ଣ୍ଣିବଳୟ ପ୍ରଭାବରେ ସାରା ରାଜ୍ୟରେ ବର୍ଷା ଲାଗି ରହିବ । ଅନ୍ୟଅଟେ ଗତ ୨୪ ଘଣ୍ଟାରେ ଗୋଟିଏ ସ୍ଥାନରେ ଅତି ପ୍ରବଳ ସହ ୨୦ ସ୍ଥାନରେ ପ୍ରବଳ ବର୍ଷା ହୋଇଥିବା ବେଳେ ବଲାଙ୍ଗିରର ଆଗଲପୁରରେ ୧୩୨ମିମି ସର୍ବାଧିକ ବର୍ଷା ରେକର୍ଡ କରାଯାଇଛି ।









